ଭୁବନେଶ୍ବର ୯।୭: ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି । ଆସନ୍ତା ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓ କନଫରେନ୍ସରେ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କୁ ଚିଠି ଲେଖି ଅବଗତ କରାଯାଇଛି ।
ଓସୱାନ (OSWAN) ପ୍ଲାଟଫର୍ମ ମାଧ୍ୟମରେ ହେବାକୁ ଥିବା ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟତଃ ଦୁଇଟି ପ୍ରସଙ୍ଗ ଉପରେ ଆଲୋଚନା ଓ ସମୀକ୍ଷା କରାଯିବ :
ଘରକୁ ଘର ବୁଲି ସର୍ଭେ : ୨୦୨୭ ଆଗାମୀ ସାଧାରଣ ନିର୍ବାଚନ ପାଇଁ ବୁଥ୍ ଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ପ୍ରସ୍ତାବିତ ଘରକୁ ଘର ବୁଲି ସର୍ଭେ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଲୋଚନା କରିବେ ।
୨୦୨୨ ନିର୍ବାଚନର ବିଲ୍ ସମୀକ୍ଷା : ଗତ ୨୦୨୨ ମସିହାରେ ହୋଇଥିବା ପୌର ନିର୍ବାଚନ ସମ୍ପର୍କିତ ବାକି ରହିଥିବା ଡିସି ବିଲ୍ ଏବଂ ଉପଯୋଗିତା ପ୍ରମାଣପତ୍ର ଦାଖଲ ପ୍ରକ୍ରିୟାର ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯିବ ।
Also Read:- ଅଧାବାଟରେ ପଙ୍କଚର ହେଲା ଆମ୍ବୁଲାନ୍ସ ଟାୟାର, ଷ୍ଟ୍ରେଚରରେ ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ
ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ (ପୌର ନିର୍ବାଚନର ନୋଡାଲ ଅଫିସର), ସମସ୍ତ ERO ଓ AERO ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସାଧାରଣ ବିଭିଧ ସେକ୍ସନର ଡେପୁଟି କଲେକ୍ଟର କିମ୍ବା ଆସିଷ୍ଟାଣ୍ଟ କଲେକ୍ଟରମାନଙ୍କୁ ନିଜ ନିଜ ଜିଲ୍ଲାର ଓସୱାନ କେନ୍ଦ୍ରରୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
