ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ତରଫରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସର୍କସସୂଚନା ଜାରି ହେବା ପରେ ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଆସନ୍ତାକାଲି ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ଜିଲ୍ଲାପାଳମାନେ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ସମସ୍ତ ସ୍କୁଲ୍ ଛୁଟି ରଖିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ (DEO) ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଛୁଟିଦିନ ହୋଇଥିବାରୁ ବିଧିବଦ୍ଧ ସରକାରୀ ସିଲ୍-ସାଇନ୍ ଥାଇ ନିର୍ଦ୍ଦେଶନାମା ଜାରି ହୋଇପାରି ନଥିଲେ ସୁଦ୍ଧା, ଜିଲ୍ଲା ପ୍ରଶାସନର ଅଫିସିଆଲ୍ ହ୍ୱାଟସ୍ଆପ୍ ଗ୍ରୁପ୍ରେ ଜିଲ୍ଲାପାଳ ସମସ୍ତ ସମ୍ପୃକ୍ତ ଅଧିକାରୀଙ୍କୁ ସୂଚନା ଦେଇ ସତର୍କ ରହିବାକୁ କହିଛନ୍ତି।
Also Read: Indian Idol- 16: ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ ବିଜୟୀ
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ରହିଛି। ଏହାକୁ ଆଖିଆଗରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ୍ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବାକୁ ଜିଲ୍ଲାପାଳ ଘୋଷଣା କରିଛନ୍ତି।
କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ନୋଟିସ୍ ଜାରି କରାଯାଇଛି। ବର୍ଷା ସମୟରେ ପିଲାମାନଙ୍କ ଯାତାୟାତରେ ଯେପରି କୌଣସି ଅସୁବିଧା କିମ୍ବା ବିପଦ ନଉପୁଜେ, ସେଥିପାଇଁ ପ୍ରଶାସନ ଆଗୁଆ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଏହି ନିଷ୍ପତ୍ତି ନେଇଛି।
