Voice of Eastern India

କେବେ ଚେତିବ ପୋଲିସ, ରାଜଧାନୀରେ ପୁଣି ବିଭତ୍ସ ହତ୍ୟାକାଣ୍ଡ


ଭୁବନେଶ୍ୱର ୨୧।୦୭ : ରାଜଧାନୀରେ ପୁଣି ହତ୍ୟାକାଣ୍ଡ । ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ଚିକିତ୍ସାଧୀନ ଅବସ୍ଥାରେ ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି । 

ଖବର ଅନୁଯାୟୀ, ଗତ ୧୫ ତାରିଖ ଦିନର ଘଟଣା । ଘରୁ ଘୋଷାଡ଼ି ଆଣି ମରଣାନ୍ତକ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ଯେଉଁଥିରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା । ହେଲେ ମଙ୍ଗଳବାର ମାନେ ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି । ମୃତ ବ୍ୟକ୍ତି ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳ। ଏହି ହତ୍ୟା ଘଟଣାର ଜଣେ ଅଭିଯୁକ୍ତ ଆଦିତ୍ୟ ଲେଙ୍କାକୁ ପୋଲିସ ଗିରଫ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ସୁଶୀଲ ସ୍ୱାଇଁ ଫେରାର ରହିଛି। ଫେରାର ଅଭିଯୁକ୍ତକୁ ଧରିବାକୁ ଛାନଭିନ୍ କରୁଛି ପୋଲିସ। ସେହିପରି ଆଜି ଆବଶ୍ୟକ ପଡେ, ତେବେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ବୋଲି ସୂଚନା ମିଳିଛି । 

Also Read:-ସୁଧିର ପାତ୍ର ହତ୍ୟା ଘଟଣାରେ ଚାର୍ଜସିଟ୍ ଦାଖଲ, ପୁତୁରା-ଝିଆରୀ ଓ ପ୍ରେମିକ ହିଁ ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି ଦର୍ଶାଯାଇଛି…



Source link

Leave A Reply

Your email address will not be published.