Voice of Eastern India

ପାଠ୍ୟ ପୁସ୍ତକ ତ୍ରୁଟିରେ ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ, FIR ଦାୟର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ


ଭୁବନେଶ୍ବର ୧୧।୭: ପାଠ୍ୟପୁସ୍ତକ ତ୍ରୁଟି ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ପାଠ୍ୟ ପୁସ୍ତକ ତ୍ରୁଟିରେ ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ । କ୍ରାଇମବ୍ରାଞ୍ଚରେ FIR କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମସ୍ତ ପ୍ରକ୍ରିୟାର ଅପରାଧିକ ତଦନ୍ତ କରିବାକୁ ନିର୍ଦ୍ଦେଶ ।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ସ୍ୱତନ୍ତ୍ର ଭାବେ କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ FIR ଦାୟର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Also Read:- ଅଲାରନାଥଙ୍କ ଦର୍ଶନ ପାଇଁ ଘଣ୍ଟା ଘଣ୍ଟା ଧାଡ଼ିରେ ଛିଡ଼ା ହୋଇଥିଲେ, ଏକାଧିକ ଶ୍ରଦ୍ଧାଳୁ ଅଚେତ

ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ପାଠ୍ୟପୁସ୍ତକ ତ୍ରୁଟିର କାରଣ ଅନୁସନ୍ଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ । ଏହି କମିଟିର ରିପୋର୍ଟ ଅନୁଯାୟୀ SCERTର ପୂର୍ବତନ ନିର୍ଦ୍ଦେଶକଙ୍କ ସମେତ ୩ ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବନ କରାଯାଇଥିଲା । ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।



Source link

Leave A Reply

Your email address will not be published.