Voice of Eastern India

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ପିକଅପ ଭିତରେ ଚାପି ହୋଇ ଦୁଇ ମୃତ


ଛତ୍ରପୁର: ଗଞ୍ଜାମ ଥାନା ଅଧୀନ ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରାସ୍ତାକଡ଼ରେ ଦୁର୍ଘଟଣା ଗସ୍ତ ହୋଇ ଛିଡ଼ା ହୋଇଥିବା ଟ୍ରକକୁ ପଛରୁ ପିଟିଲା ପିକଅପ୍ ଭ୍ୟାନ। ଦୁର୍ଘଟଣା ଯୋଗୁ ଭ୍ୟାନ ଡ୍ରାଇଭର ଓ ହେଲପର ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିଲେ।

ତେବେ ଖବର ପାଇ ଛତ୍ରପୁର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପିକଅପ୍ ଭ୍ୟାନ କାଟି ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ପରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ମେଡିକାଲ ପଠାଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ଘଟଣାସ୍ଥଳରେ ଗଞ୍ଜାମ ଥାନା ପୋଲିସ ଘଟଣା ପହଞ୍ଚି ତଦନ୍ତ ଜାରି ରଖିଛି। ଏପର୍ଯ୍ୟନ୍ତ ଦୁଇ ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।



Source link

Leave A Reply

Your email address will not be published.