Voice of Eastern India

ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଉତ୍ସବ ମୁଖର ଶ୍ରୀକ୍ଷେତ୍ର : ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର ୧୬।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି । ଅତ୍ୟନ୍ତ ଭକ୍ତିମୟ ପରିବେଶ ମଧ୍ୟରେ ସେବାୟତଙ୍କ ଗହଣରେ ଧାଡ଼ି ପହଣ୍ଡିରେ ସର୍ବ ପ୍ରଥମେ ଚକ୍ରରାଜ ପ୍ରଭୁ ଶ୍ରୀସୁଦର୍ଶନ ଦେବଦଳନ ରଥକୁ ବିଜେ କରିଛନ୍ତି । ପରେ ଶ୍ରୀମସ୍ତକରେ ଟାହିଆ ପିନ୍ଧି ବଡ଼ଠାକୁର ଶ୍ରୀବଳଭଦ୍ର ଧାଡ଼ି ପହଣ୍ଡିରେ ତାଳଧ୍ୱଜ ରଥକୁ ବିଜେ କରିଛନ୍ତି । ଏହାପରେ ମା’ସୁଭଦ୍ରାଙ୍କୁ ପହଣ୍ଡିରେ ଆଣି ଦେବଦଳନ ରଥରେ ବିଜେ କରାଇଛନ୍ତି ସେବାୟତ । ହେବେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି ବିଜେ କରି ଦେବଦଳନ ରଥରେ ବିଜେ କରାଯାଇଥିଲା। ଏହା ପରେ ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିବେ କାଳିଆ ସାଆନ୍ତେ । ମହାପ୍ରଭୁଙ୍କ ପହଣ୍ଡିକୁ ଅପେକ୍ଷା କରିଛନ୍ତି ଲକ୍ଷାଧିକ ଭକ୍ତ ।

ପବିତ୍ର ରଥଯାତ୍ରା ଅବସରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ରାଷ୍ଟ୍ରପତି ଲେଖିଛନ୍ତି, ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବିଦେଶରେ ରହୁଥିବା ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଅଛି । ଏହି ମହାପର୍ବରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଗିନୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୂଢ଼ ହୋଇ ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି । ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ଵରେ ବିରଳ । ଏହି ଶୁଭ ଅବସରରେ ଦେଶ ଓ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି । ଜୟ ଜଗନ୍ନାଥ ।

Also Read:- ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଝୁଲି ଝୁଲି ରଥାରୁଢ଼ ହେବେ ଚତୁର୍ଦ୍ଧାମୂରତି

ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ ଲେଖିଛନ୍ତି, ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ । ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ । ଜୟ ଜଗନ୍ନାଥ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ଲେଖିଛନ୍ତି, କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଅସୀମ କୃପା ଓ ଆଶୀର୍ବାଦରେ ରାଜ୍ୟରେ ସୁଖ, ଶାନ୍ତି, ସମୃଦ୍ଧି ଓ ପ୍ରଗତିର ଧାରା ଅବ୍ୟାହତ ରହୁ, ପ୍ରତ୍ୟେକ ଓଡ଼ିଆଙ୍କ ଜୀବନ ମଙ୍ଗଳମୟ ହେଉ ଏବଂ ରାଜ୍ୟର ସର୍ବାଙ୍ଗୀନ ବିକାଶ ସହ ସମସ୍ତଙ୍କ କଲ୍ୟାଣ ସୁନିଶ୍ଚିତ ହେଉ ବୋଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଚରଣକମଳରେ ପ୍ରାର୍ଥନା କରୁଛି । ଜୟ ଜଗନ୍ନାଥ ।



Source link

Leave A Reply

Your email address will not be published.