Voice of Eastern India

ଦାଦା ବଟି ମାଗିଲେ, ନଦେବାରୁ ଗୋଡ଼ାଇ ଗୋଡ଼ାଇ ହାଣିଲେ…


ଭୁବନେଶ୍ୱର ୨୭।୦୮ : ଗୋଡ଼ାଇ ଗୋଡ଼ାଇ ହାଣିଲେ । ଦାଦା ବଟି ମାଗିଲେ, ନଦେବାରୁ ଗୋଡ଼ାଇ ଗୋଡ଼ାଇ ହାଣିଲେ । ଭୁବନେଶ୍ୱର ଭରତପୁର ଅଞ୍ଚଳରେ ଏମିତି କାଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ ।

ଖବର ଅନୁଯାୟୀ, ଗଣେଶ ପୂଜା ପୂର୍ବରୁ ରାଜଧାନୀରେ ହଲ୍ଲାବୋଲ ଡାକରା ଦେଇଛନ୍ତି ଅପରାଧୀ । ଖଣ୍ଡାରେ ହାଣି ଜଣେ ୨୦ ବର୍ଷୀୟ ଯୁବକଙ୍କୁ ଲହୁଲୁହାଣ କରିଦେଇଛନ୍ତି। ଅଟକାଇବାରୁ ତାଙ୍କ ମାମୁଁଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ଅଂଶୁମାନ ପଟ୍ଟନାୟକ। ତାଙ୍କର ଏକ ସେଲ୍ଫଡ୍ରାଇଭ କାର ସୋରୁମ ରହିଛି। ବୁଧବାର ରାତି ପ୍ରାୟ ୯ ଟା ସମୟରେ ଅଂଶୁମାନ ଭରତପୁର ସ୍ଥିତ ଆୟୁର୍ବେଦିକ ହସ୍ପିଟାଲ ନିକଟରେ ଛିଡା ହୋଇଥିବା ବେଳେ ଅତର୍କିତ ଆକ୍ରମଣ କରିଥିଲେ କିଛି ଦୁର୍ବୁର୍ତ୍ତ । ବଞ୍ଚେଇବାକୁ ଯାଇ ଅଂଶୁମାନଙ୍କ ମାମୁଁ ମଧ୍ୟ ଖଣ୍ଡା ଚୋଟ ଖାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେପଟେ ଏନେଇ ଆହତ ଦୁଇଜଣ ଭରତପୁର ଥାନାରେ ଅଭିଯୋଗ କରିଛନ୍ତି । ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ କରିଛି ।

Also Read:-ରାଜଧାନୀରେ ଭୟଙ୍କର ଦୁର୍ଘଟଣା, କାର୍‌କୁ ପଛରୁ ପିଟିଲା ଆଉ ଏକ କାର୍



Source link

Leave A Reply

Your email address will not be published.